ବାଇବଲ · Indian Revised Version (Odia)

ଗୀତସଂହିତା 133

1 ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!

2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।

3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।

Indian Revised Version (Odia) — © 2017, 2019, 2021 Bridge Connectivity Solutions — CC BY-SA 4.0