ବାଇବଲ · Indian Revised Version (Odia)

ଗୀତସଂହିତା 67

1 ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା]

2 ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।

3 ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

4 ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା]

5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।

7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।

Indian Revised Version (Odia) — © 2017, 2019, 2021 Bridge Connectivity Solutions — CC BY-SA 4.0