ଆଜିର ବାକ୍ୟ · 2026-10-19
ଆଦି ପୁସ୍ତକ 31:38-40
ମେଷପାଳକ
ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି। ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇ ନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ। ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ। ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;
Indian Revised Version (Odia) — © 2017, 2019, 2021 Bridge Connectivity Solutions — CC BY-SA 4.0
“These twenty years I have been with you. Your ewes and your female goats have not cast their young, and I haven’t eaten the rams of your flocks. That which was torn of animals, I didn’t bring to you. I bore its loss. Of my hand you required it, whether stolen by day or stolen by night. This was my situation: in the day the drought consumed me, and the frost by night; and my sleep fled from my eyes.